ପୁରୁଷୋତ୍ତମପୁର,୧/୧୧(ଡି ଏଚ/ସୁଦାମ ମହାରଣା):ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ଏନ୍ ଏ ଏସି ସ୍ଥିତ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟ ମଣି ବୈଦ୍ୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୁରୁଷୋତ୍ତମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିମାଞ୍ଚଳ ମହାନ୍ତି,ଶୈଶିଖିୟ ଅଧିକାରୀ ସନ୍ତୋଷ ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସ୍ନେହ ଲତା ପଣ୍ଡା ,ଜିଲ୍ଲା ପରିଷଦ ସଭ୍ୟ ପି.ନାରାୟଣ ରାଓ ପ୍ରମୁଖ ମଞ୍ଚାସିନ ରହିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ହରେକୃଷ୍ଣ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୃତୀ ପ୍ରତିଯୋଗିଙ୍କୁ ଅତିଥି ବୃନ୍ଦଙ୍କ ଦ୍ୱାରା ପୁରସ୍କୃତ ସହ ମାନପତ୍ର ପ୍ରଦାନ କରାଯାଇଥିଲା। ୧୫ଜଣ ଦିବ୍ୟାଙ୍କ ଛାତ୍ରଛାତ୍ରୀଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା। ସମସ୍ତ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନାରେ ସହଯୋଗ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ଆଚାରି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

















