Wednesday, August 19, 2026
ADVERTISEMENT
Home ମୁଖ୍ୟ ଖବର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ସତର୍କ ସୂଚନା ଜାରି

ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ସତର୍କ ସୂଚନା ଜାରି

315
ADVERTISEMENT

ଭୁବନେଶ୍ୱର, ୧୮/୬(ଡି.ଏଚ.ବି): ରାଜ୍ୟର ଅନେକ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୈଦ୍ଧ, କଳାହାଣ୍ଡି, କନ୍ଧମାଳ, ନାୟାଗଡ଼, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର ବସିନ୍ଦାଙ୍କୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନର ବହିବାର ବି ସମ୍ଭାବନା ରହିଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ତେବେ ୨୦, ୨୧, ୨୨, ୨୩ ତାରିଖ ପର୍ଯ୍ୟନ୍ତ ବି ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ୨୩ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଜଣାଯାଇଛି।

Advertisement