ବର୍ଷା ସମ୍ଭାବନା; ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

211
ADVERTISEMENT

ଭୁବନେଶ୍ୱର, ୧୯/୬(ନରେନ୍ଦ୍ର ଜେନା): ରାଜ୍ୟର ୬ଟି ଜିଲ୍ଲାରେ ଆଜି ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ, ଦିନ ୧୨ଟା ୧୫ଯାଏଁ ଏହି ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisement