Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ବାତ୍ୟା ଆଶଙ୍କା: ପୁରୀ-ଜଗତସିଂହପୁର-କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ୨ ଦିନ ଛୁଟି

ବାତ୍ୟା ଆଶଙ୍କା: ପୁରୀ-ଜଗତସିଂହପୁର-କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ୨ ଦିନ ଛୁଟି

312
ADVERTISEMENT

ଭୁବନେଶ୍ୱର,୭।୧୧(ଡି.ଏଚ) : ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ଦୁଇଦିନ୮ ଓ ୯ ଯାଏଁ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଛୁଟି ଘୋଷଣା କରାଯାଇଛି।

ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଏହାର ଆଂଶିକ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଏଥିଯୋଗୁ ୮ ତାରିଖ ସକାଳରୁ ବର୍ଷା ଆରମ୍ଭ ହେବା ପରେ ୯/୧୦ରେ ପବନ ବହିବାର ସମ୍ଭାବନା ରହିଛି। କଟକ, ପୁରୀ, ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisement