ଗଞ୍ଜାମ,୮/୧୧ (ଡି.ଏଚ/ସୁଦାମ ମହାରଣା) : ଗଞ୍ଜାମ ଜିଲ୍ଲା ପୋଲସରା ଏନ.ଏ.ସି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ‘ମୋ ଡାକ୍ତରଖାନା ମୋ ଗର୍ବ”କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୋଲସରା ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ ପରିବେଶକୁ ସଫାସୁତୁରା ରଖିବା ପାଇଁ ପରାମର୍ଶ ଦେଇଥିଲେ। ଡାକ୍ତରଖାନା ପରିସରରେ ସମୂହ ସଫେଇ ଅଭିଯାନ କାର୍ଯ୍ୟକ୍ରମ ହୋଇଥିଲା । ଡାକ୍ତର, ମେଡିକାଲ କର୍ମଚାରୀ ଓ ଏନ.ଏ.ଏସ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।
















