ମୌସୁମୀ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ: ଆଇଏମଡ଼ି

140
ADVERTISEMENT

ଭୁବନେଶ୍ୱର, ୧୯/୬(ଡିଏଚବି): ଆସନ୍ତା ୨-୩ ଦିନ ମଧ୍ୟରେ ଓଡ଼ିଶାରେ ମୌସୁମୀ ବାୟୁ ପହଞ୍ଚିବ ବୋଲି ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠୁ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ବର, କେନ୍ଦ୍ରପଡା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Advertisement