Friday, September 25, 2026
ADVERTISEMENT
Home ଜିଲ୍ଲା ଯାଜପୁର ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଖାଇ ୫୦ ଛାତ୍ରଛାତ୍ରୀ ଅସୁସ୍ଥ

ଯାଜପୁର ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଖାଇ ୫୦ ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ପଚାଅଣ୍ଡା, ଝିଟିପିଟି:

418
ADVERTISEMENT

ଧର୍ମଶାଳା,୧୬।୧୧(ଡି.ଏଚ) : ଯାଜପୁର ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଖାଇ ପ୍ରାଥମିକ ବିଦ୍ୟାଳୟର ୫୦ ଛାତ୍ରଛାତ୍ରୀ ଅସୁସ୍ଥ ଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲାର ହରିଦାସପୁର ପଞ୍ଚାୟତର ଶ୍ରୀବନ୍ତପୁର ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଭାତରେ ଏକ ମଲା ଝିଟିପିଟି ଦେଖିବାକୁ ମିଳିଥିଲା। ଏହାପରେ ମଲା ଝିଟିପିଟିକୁ କାଢ଼ି ଦେଇ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଏହାକୁ ଖାଇବାପରେ ଶ୍ରୀବନ୍ତପୁର ପ୍ରାଥମିକ ବିଦ୍ୟାଳୟର ୪୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ସେମାନଙ୍କୁ ତତକ୍ଷଣାତ୍ ନିକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଲାଗି ଭର୍ତ୍ତି କରାଯାଇଥିଲା। ସେମାନଙ୍କ ଭିତରୁ ଦୁଇଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଉଭୟଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି। ଅପରପକ୍ଷରେ ଧର୍ମଶାଳା ବଡ଼କାଏମା ବମ୍ଫୁ ମଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନରେ ପଚାଅଣ୍ଡା ଦିଆଯାଇଥିଲା। ଏହାକୁ ଖାଇ ସେହି ବିଦ୍ୟାଳୟର ୧୦ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ।ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

Advertisement