ହିଞ୍ଜିଳିକାଟୁ, ୧୮ା୧୧(ଡି.ଏଚ/ଶେଷଦେବ ସାହୁ): ହିଞ୍ଜିଳିକାଟୁ ଗୋଷ୍ଟି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ଦିବ୍ୟାଙ୍ଗ ଶିକ୍ଷାର୍ଥୀ ମାନଙ୍କୁ ନେଇ ଏକ ବ୍ଳକସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୌରପରିଷଦର ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଇଓ ବସନ୍ତ କୁମାର ପଣ୍ଡା, ଏବିଇଓ ବିଶ୍ୱନାଥ ମହାରଣା, କେ. ନିମାଇଁଚାନ୍ଦ ମହାପାତ୍ର ପ୍ରମୁଖ ମଂଚାସିନ ଥିଲେ । ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ବିଦ୍ୟାଳୟର ୮୦ ଜଣ ଦିବ୍ୟାଙ୍ଗ ଶିକ୍ଷାର୍ଥୀ ଆୟୋଜିତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ସଙ୍ଗୀତ ଓ ମୁ୍ୟଜିକ ଚେୟାର ପ୍ରତିଯୋଗିତା ଇତ୍ୟାଦି ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟେକ ପ୍ରତିଯୋଗିତାରେ ୧ମ ସ୍ଥାନ ଅର୍ଜନ କରିଥିବା ଶିକ୍ଷାର୍ଥୀଙ୍କୁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ସକାଶେ ମନୋନୀତ କରାଯିବା ସହ କୃତୀତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସମସ୍ତ ସିଆରସିସି, ବିଆରଟି, ଝୁନା ମିଶ୍ର, ନମିତା ସାମନ୍ତରାୟ, ରଘୁନାଥ ସାହୁ ପ୍ରମୁଖ ପରିଚାଳନା କରିଥିଲେ ।
















