Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

362
ADVERTISEMENT

ଭୁବନେଶ୍ୱର,୨୨ା୧୧(ଡି.ଏଚ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଖେଳପଡ଼ିିଆରେ ୨୩ ତାରିଖ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗଦେବେ। ୨୪ ତାରିଖରେ ପୁରାତନ ଛାତ୍ରୀଛାତ୍ରଙ୍କ ମହାମିଳନ ଆୟୋଜନ ହେବ। ଏଥିରେ ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଯୋଗଦେବେ ବୋଲି ସୂଚନା ମିଳିଛି। ସକାଳ ୯ଟାରୁ ୧୦ଟା ୪୫ ପର୍ଯ୍ୟନ୍ତ ପୁରାତନ ଛାତ୍ରୀଛାତ୍ରମାନେ ସେମାନଙ୍କ ବିଭାଗ ପରିଦର୍ଶନ କରିବେ। ଆଲୁୁମିନି ବିଭାଗ ଆବାହକ ତଥା ପୂର୍ବତନ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡେଇ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ଯୋଗଦେବେ। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ‘ଇଣ୍ଡଷ୍ଟ୍ରି ଆଣ୍ଡ ଏକାଡେମିଆ କନେକ୍ଟ: ରିସର୍ଚ୍ଚ, ପ୍ଲେସମେଣ୍ଟ ଓ କ୍ୟାମ୍ପସ ଡେଭଲପମେଣ୍ଟ’ ବିଷୟରେ ଆଲୋଚନା ହେବ ।

Advertisement