Saturday, November 21, 2026
ADVERTISEMENT
Home ଜାତୀୟ ଉଦ୍ଧବ ଠାକରେ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥରଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ

ଉଦ୍ଧବ ଠାକରେ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥରଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ

353
ADVERTISEMENT

ପୁନେ,୭।୧୨(ଡି.ଏଚ ): ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଗତକାଲି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପୁନେରେ ଭେଟିଥିବା ଜଣାଯାଇଛି । ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ପୁନେରେ ଆୟୋଜିତ ଡିଜିପି ଓ ଆଇଜିପି ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଆସିଥିବା ବେଳେ ଉଭୟ ନେତାଙ୍କ ମଧ୍ୟରେ ଏହି ସାକ୍ଷାତ ହୋଇଥିବା ଜଣାଯାଇଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଦେବେନ୍ଦ୍ର ଫଡ଼ନବୀସଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀ ଓ ଶିବସେନା ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମଧ୍ୟରେ ହୋଇଥିବା ଏହି ସାକ୍ଷାତକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ସୂଚନାଯୋଗ୍ୟ, ଗତ ଅକ୍ଟୋବର ମାସରେ ଶେଷ ହୋଇଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ସରକାର ଗଢ଼ିବା ନେଇ ରାଜନୈତିକ ଛକାପନ୍ଝା ଆରମ୍ଭ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ପଦ ପାଇବା ପାଇଁ ବିଜେପି ସହିତ ମେଣ୍ଟ ନ କରି କଂଗ୍ରେସ ଓ ଏନସିପି ସହ ମେଣ୍ଟ କରି ଶିବସେନା ମହାରାଷ୍ଟ୍ରରେ ସରକାର ଗଢ଼ିଥିଲା ଏବଂ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଥିଲେ।

Advertisement