Monday, November 23, 2026
ADVERTISEMENT
Home ଜାତୀୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

306
ADVERTISEMENT

ରାଞ୍ଚି,୧୬।୧୨,(ଡି.ଏଚ) : ଆଜି ସକାଳ ୭ଟାରୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟରେ ମୋଟ ୧୫ଟି ବିଧାନସଭା ଆସନରେ ମତଦାନ ଆରମ୍ଭ ହୋଇଛି । ଏହି ମତଦାନ ପ୍ରକ୍ରିୟା ସନ୍ଧ୍ୟା ୫ଟା ଯାଏଁ ଜାରି ରହିବ । ଏଥିଲାଗି ମତଦାନ କେନ୍ଦ୍ରଗୁଡ଼ିକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି । ପୁଲିସ ପାଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ସେହିପରି ଜିଲ୍ଲା ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଥିବା ଜଣାଯାଇଛି ।

ଝାଡ଼ଖଣ୍ଡରେ ୮୧ଟି ବିଧାନସଭା ଆସନ ରହିଛି। ରାଜ୍ୟରେ ୫ଟି ପର୍ଯ୍ୟାୟରେ ମତଦାନ ହେଉଛି । ଆଗାମୀ ଡିସେମ୍ବର ୨୦ ତାରିଖରେ ଶେଷ ପର୍ଯ୍ୟାୟ ମତଦାନ ହେବ। ଆଗାମୀ ଡିସେମ୍ବର ୨୩ ତାରିଖରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ଘୋଷିତ ହେବ ।

Advertisement