ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ

252
ADVERTISEMENT

ଭୁବନେଶ୍ବର,୨୪/୬(ଏଜେନ୍ସି) : ରାଜ୍ୟସଭା ନିର୍ବାଚନ ପାଇଁ ସାରା ରାଜ୍ୟରେ ରାଜନୀତିର ତରବରିଆ । ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡି ଦଳ ପକ୍ଷରୁ ବିଧାନସଭା ପରିସରରେ ଥିବା ଅଭ୍ୟର୍ଥନା କକ୍ଷରେ ରିଟର୍ଣ୍ଣି ଅଫିସରଙ୍କ ପାଖରେ ଉଭୟ ଅମର ଓ ସସ୍ମିତ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଉଭୟ ତିନି ସେଟ୍ ଲେଖାଏଁ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖଙ୍କ ସହ ବରିଷ୍ଠ ବିଜେଡି ନେତାମାନେ ଉପସ୍ଥିତ ଥିଲେ । ତେବେ ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କ ପ୍ରାର୍ଥୀପତ୍ର ଦାଖଲକୁ ଅପେକ୍ଷା ରହିଛି। ଅଶ୍ବିନୀଙ୍କ ପ୍ରାର୍ଥିତ୍ବକୁ ସମର୍ଥନ କରିଛି ବିଜେଡି । ଯାହାକୁ ନେଇ ରାଜ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି ।

Advertisement