ଆଜିଠାରୁ ଆସନ୍ତା ୨୯ତାରିଖ ମଧ୍ୟରେ ଏସବୁ ସ୍ଥାନରେ ହୋଇପାରେ କାଳବୈଶାଖୀ

320
ADVERTISEMENT

ଭୁବନେଶ୍ୱର, ୨୪/୬(ନରେନ୍ଦ୍ର ଜେନା): ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି ବୋଲି ଜଣାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୨୬ରୁ ୨୭ ତାରିଖ ମଧ୍ୟରେ ହେବାକୁ ଥିବା କାଳବୈଶାଖୀ ନେଇ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାର ବାସିନ୍ଦାକୁ ସତର୍କ ସୂଚନା ଜାରି କରାଯାଇଛି।

ସେହିଭଳି ୨୮ରୁ ୨୯ ତାରିଖରେ ବି କିଛିଟା ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ସମୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

Advertisement