Saturday, November 21, 2026
ADVERTISEMENT
Home ଜାତୀୟ ୨୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ୍

୨୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ୍

235
ADVERTISEMENT

ରାଞ୍ଚି,୨୪/୧୨,(ଡି.ଏଚ): ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ୍ ଆଗାମୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାଯାଇଛି । ସେ ଦ୍ବିତୀୟ ଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ । ହେମନ୍ତ ସୋରେନ୍ ନିଜର ମନ୍ତ୍ରିମଣ୍ଡଳର ସହଯୋଗୀଙ୍କ ସହିତ ଡିସେମ୍ବର ୨୭ରେ ରାଞ୍ଚିର ମୋହରାବାଦୀ ପଡ଼ିଆରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି। ସରକାର ଗଠନ ପ୍ରସଙ୍ଗରେ ସେ ଆଜି ଦିଲ୍ଲୀ ଯାଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ସାଂସଦ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବେ ବୋଲି ବି କହିଛନ୍ତି । ଏହାପରେ ହେମନ୍ତ ସରକାର ଗଠନ ଲାଗି ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ।

Advertisement