Monday, November 23, 2026
ADVERTISEMENT
Home ଜାତୀୟ ନୂଆଦିଲ୍ଲୀର ନରେଲା ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ, ୩ ଅଗ୍ନିଶମ କର୍ମଚାରୀ ଆହତ

ନୂଆଦିଲ୍ଲୀର ନରେଲା ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ, ୩ ଅଗ୍ନିଶମ କର୍ମଚାରୀ ଆହତ

335
ADVERTISEMENT

ନୂଆଦିଲ୍ଲୀ,୨୪/୧୨,(ଡି.ଏଚ): ନୂଆଦିଲ୍ଲୀର ନରେଲା ଶିଳ୍ପାଞ୍ଚଳରେ ଥିବା ଦୁଇଟି ଜୋତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି । ଏଥିରେ ୩ ଅଗ୍ନିଶମ କର୍ମଚାରୀ ଆହତ ହୋଇଥିବାର ସୂଚନା ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ନରେଲା ଶିଳ୍ପାଞ୍ଚଳରେ ଥିବା ଦୁଇଟି ଜୋତା କାରଖାନାରେ ନିଆଁ ଲାଗିଥିଲା। ସେଠାରେ ନିଆଁ ଲିଭାଇବା କାର୍ଯ୍ୟରେ ୨୨ଟି ଦମକଳ ଗାଡ଼ି ନିୟୋଜିତ କରାଯାଇଥିବାର ଖବର ମିଳିଛି । ଗୋଟିଏ କାରଖାନାରେ ନିଆଁ ସମ୍ପୂର୍ଣ୍ଣ ବ୍ୟାପି ଯାଇଥିବା ବେଳେ ଅନ୍ୟ କାରଖାନାରେ ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ନିଆଁଲିଭା କାର୍ଯ୍ୟରେ ନିୟୋଜିତ ୩ ଜଣ ଅଗ୍ନିଶମ କର୍ମଚାରୀ ଆହତ ହୋଇଥିବାର ବି ଖବର ମିଳିଛି । ଏଯାବତ୍ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। କିନ୍ତୁ ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ଗତ ରବିବାର ଦିନ ଅଗ୍ନିକାଣ୍ଡରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା ।

Advertisement