ବେଗୁନିଆପଡ଼ା,୨୫।୧୨(ଡି.ଏଚ/ହିମାଂଶୁ ପାଢି ) : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ସ୍ଥିତ ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ “ମୋ ଗେଲ୍ଲ। ଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବିଦ୍ୟାଳୟ ଠାରୁ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା । ତାପରେ ଏକ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ବିଷୟରେ ପ୍ରଧାନ ଶିକ୍ଷକ କେ. ଭୀମରାଜୁ ପାତ୍ର ଏବଂ ଅନ୍ୟାନ୍ୟ ଶିକ୍ଷକ ମାନେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ । ଉକ୍ତ ସଚେତନତା ରାଲି ଓ ଶପଥ ପାଠ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକଙ୍କ ନେତୃତ୍ଵରେ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ପଙ୍କଜ ବେହେରା, ସୀମାଞ୍ଚଳ ପାତ୍ର, କ୍ରୀଡ଼ା ଶିକ୍ଷକ ସୂର୍ଯ୍ୟନାରାୟଣ ଜେନା ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହିବା ସହ ସହଯୋଗ ମଧ୍ୟ କରିଥିଲେ । ଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା ।

















