Friday, November 20, 2026
ADVERTISEMENT
Home ଆଞ୍ଚଳିକ ବିଜୁ ପଟ୍ଟନାୟକ ହୋମିଓପାଥିକ ଭେଷଜ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ

ବିଜୁ ପଟ୍ଟନାୟକ ହୋମିଓପାଥିକ ଭେଷଜ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ

293
ADVERTISEMENT

ବ୍ରହ୍ମପୁର,୨୬।୧୨(ଡି.ଏଚ/ହିମାଂଶୁ ପାଢି) : ବିଜୁ ପଟ୍ଟନାୟକ ହୋମିଓପାଥିକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପକ୍ଷରୁ ଦୁଇ ଦିନିଆ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ହିଲ୍ପାଟଣା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବା ବେଳେ ବିଧାୟକ ବିକ୍ରମ କୁମାର ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରତିଯୋଗିତାମୂଳକ ହେବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ପୂର୍ବତନ ବିଧାୟକ ଡ.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଡ.ୟୁ.ଏନ୍.ଦାଶ, ଡ.ନିରଞ୍ଜନ ମହାନ୍ତି, ଡ.ଏ.ପି.ଷଡ଼ଙ୍ଗୀ ପ୍ରମୁଖ ଅନ୍ୟତମ ଅତିଥି ରୂପେ ଯୋଗ ଦେଇଥିଲେ । ମହାବିବ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଭି.ଏଲ୍. ବିଶୋୟୀ ଅଧ୍ୟକ୍ଷତା କରିଥିବା ବେଳେ କାର୍ଯ୍ୟକ୍ରମର ସଂପାଦକ ଡ.ଆଇ.ବି.ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି ଅବସରରେ ହୋମିଓପାଥିର ପ୍ରତିଷ୍ଠାତା ଡ.ହନିମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା ।

Advertisement