ପୁରୁଷୋତ୍ତମପୁର,୧୦।୧(ଡି.ଏଚ/ସୁଦାମ ମହାରଣା) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଜି ମହାଆଡମ୍ବରରେ ପାଳିତ ହୋଇଯାଇଛି ।ଏହି ଉତ୍ସବରେ ଗଭନିଙ୍ଗବଡି ସଭାପତି ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ପଦାର୍ଥ ବିଜ୍ଞାନର ପ୍ରାକ୍ତନ ପ୍ରଫେସର ଗୌରୀ ଶଙ୍କର ତ୍ରିପାଠୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସିମାଞ୍ଚାଳ ପଟ୍ଟନାୟକଙ୍କ ସଭାପତିତ୍ୱ ଆୟୋଜିତ କାର୍ଯ୍ୟକ୍ରମରେ ସଦ୍ୟ ପ୍ରକାଶିତ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ରେଙ୍କରେ କୃତକାର୍ଯ୍ୟ ହାସଲ କରିଥିବା ନାରାୟଣ ବେହେରାଙ୍କୁ ପୁଷ୍ପଗୁଛ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା । ଶ୍ରୀ ବେହେରା ସ୍ଥାନୀୟ ମହାବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀଙ୍କୁ ଉଚ୍ଚ ସ୍ବପ୍ନ ଦେଖିବା ସହ କଠିନ ପରିଶ୍ରମ କରି ନିଜର ଲକ୍ଷ୍ୟକୁ ପୂରଣ କରି ପାରିବେ ବୋଲି ଉଦବୋଧନ ଦେଇଥିଲେ । ମୁଖ୍ୟ ବକ୍ତା ଶ୍ରୀ ତ୍ରିପାଠୀ ବିଜ୍ଞାନ ଓ ପୁରାଣର ସାମଞ୍ଜସ୍ୟ ଉପରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ । ପୂର୍ବରୁ ବିଭିନ୍ନ ଇଭେଣ୍ଟ କୃତକାର୍ଯ୍ୟ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ । ଏହି ଉତ୍ସବରେ ଛାତ୍ରଛାତ୍ରୀ ,ସମସ୍ତ ଅଧ୍ୟାପକ, ଅଧ୍ୟାପିକା ,କଲେଜର କର୍ମଚାରି ଉପସ୍ଥିତ ଥିଲେ । ପରିଶେଷରେ ଅଧ୍ୟାପକ ଗୌରାଙ୍ଗ ଚରଣ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


















