Friday, November 20, 2026
ADVERTISEMENT
Home ଆଞ୍ଚଳିକ ନୂଆପେଣ୍ଠ ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନୂଆପେଣ୍ଠ ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

318
ADVERTISEMENT

ପାତ୍ରପୁର,୧୧।୧(ଡ଼ି.ଏଚ/ଋଷିକେଶ ବେହେରା) : ନୁଆପେଣ୍ଠ ଉଚ୍ଚ ବିଦ୍ୟାଳୟରେ ଅଷ୍ଟମ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ହରିକୃଷ୍ଣ ସାହୁ , ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ହରିଶ୍ଚନ୍ଦ୍ର ସାହୁ , ସମ୍ମାନିତ ଅତିଥି ଭାବେ ABEO ସିମାଞ୍ଚଳ ପାଇକ ଓ CRCC ପ୍ରଦୀପ କୁମାର ପ୍ରଧାନ ଯୋଗ ଦେଇ ଥିଲେ । ସ୍ଥାନୀୟ ସରପଞ୍ଚ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଶୁଭାରମ୍ଭ କରିଥିଲେ । ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ମୁଖ୍ୟ ବକ୍ତା ଛାତ୍ର ଛାତ୍ରୀ ମାନଙ୍କୁ ଇଛା ଶକ୍ତି ଜାଗ୍ରତ କରିବା ପାଇଁ ଅନେକ ପ୍ରେରଣାତ୍ମକ ବାର୍ତ୍ତା ଦେଇଥିଲେ । ସ୍ଥାନୀୟ ସରପଞ୍ଚ ବିଦ୍ୟାଳୟର ଉନ୍ନତି ବିଷୟରେ ଆଲୋକପାତ କରିଥିଲେ । ବିଭିନ୍ନ ବିଭାଗରେ କୃତି ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଥିଲା ।

Advertisement