ଦିଗପହଣ୍ଡି ,୨୧|୧(ସୁନୀଲ ସାହୁ) : ପ୍ରଥମ ଥର କରି ସ୍ଥାନୀୟ କଳା ସଂସ୍କୃତି ,ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ଦିଗପହଣ୍ଡି ସ୍ଥିତ ବଡ଼ ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ ୨୦୨୦ ଉଦଘାଟିତ ହୋଇଯାଇଛି । ବାଚସ୍ପତି ଡ଼. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଜିଲ୍ଲାପାଳ ବିଜୟ ଅମୃତା କୁଲାଂଗେ, ଦକ୍ଷିଣାଞ୍ଚଳ ପୋଲିସ ଡି ଆଇ ଜି ସତ୍ୟବ୍ରତ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ମୁଖ୍ୟ ଅତିଥି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଦବୋଧନରେ କହିଥିଲେ ଯେ, ଏହି ଉତ୍ସବ ଦିଗପହଣ୍ଡି ଠାରେ ପ୍ରଥମ କରି ଅନୁଷ୍ଠିତ ହୋଇଛି। ଗଞ୍ଜାମ ମାଟି କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଓ କବିସୂର୍ଯ୍ୟ ବଳଦେବଙ୍କ ପୁଣ୍ୟ ମାଟି। ଖେମୁଣ୍ଡୀ ଅଞ୍ଚଳର କଳା ସଂସ୍କୃତି, ଐତିହ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଏହି ଉତ୍ସବ ଆୟୋଜନ କରିଥିବା ସମସ୍ତ ଉଦ୍ୟୋକ୍ତା ମାନଙ୍କୁ ସେ ଭୂୟସୀ ପ୍ରଶଂସା କରିଥିଲେ। ଏହି ଉତ୍ସବ ୨୫ ତାରିଖ ଶନିବାର ଯାଏଁ ୫ ଦିନ ବ୍ୟାପୀ ଏହି ମହୋତ୍ସବ ଅନୁଷ୍ଠିତ ହେବ। ମହୋତ୍ସବ କମିଟି ଆବାହକ ତଥା ବିଡ଼ିଓ ହଳଧର ଶବରଙ୍କ ସଂଯୋଜନାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଅଭ୍ୟର୍ଥନା ସମିତି ଉପସଭାପତି ତଥା ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତଥା ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସହ ସମ୍ପାଦକ ତଥା ଏନ୍ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା, ପୂର୍ବତନ ଏନ୍ ଏ ସି ଅଧ୍ୟକ୍ଷ ଭି. ରବିନାରାୟଣ ରାଜୁ, ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷ ପ୍ରଦୀପ୍ତ ପଟ୍ଟନାୟକ, ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି,ଉମା ମାହେଶ୍ୱରୀ ସେଠୀ, ଖେମୁଣ୍ଡୀ ଓକିଲ ସଂଘ ସମ୍ପାଦକ ହରପ୍ରସାଦ ରଥଙ୍କ ସମେତ ସ୍ଥାନୀୟ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଓ କର୍ମଚାରୀ ବୃନ୍ଦ ମହୋତ୍ସବ ସ୍ଥଳରେ ଉପସ୍ଥିତ ଥିଲେ।ଦଶକଙ୍କ ମନୋରଂଜନ ପାଇଁ ଫୁଟ ଷ୍ଟଲ ସହ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ପ୍ରଶାସନ ତରଫରୁ କରାଯାଇଛି ।

















