Wednesday, August 19, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

729
ADVERTISEMENT

ଭୁବନେଶ୍ୱର, ୨୮/୬(ନରେନ୍ଦ୍ର ଜେନା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଜି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ଏତଦ୍‌ ବ୍ୟତୀତ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ୩୦ ତାରିଖରେ ଏହା ଘନୀଭୂତ ହେବାପରେ ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

Advertisement