ଦିଗପହଣ୍ଡି:୨୬/୧(ସୁନୀଲ ସାହୁ):ଦିଗପହଣ୍ଡି ସ୍ଥିତ ବଡ଼ ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ଚାଲିଥିବା ଖେମୁଣ୍ଡି ମହୋତ୍ସବ ଶନିବାର ଉଦ ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ବାଚସ୍ପତି ଡ଼. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅଞ୍ଚଳର ଐତିହ୍ୟ ପରମ୍ପରା ଅତୀବ ମହାନ୍ । ମହୋତ୍ସବ ପରିଚାଳନା କମିଟି ର ସମସ୍ତ କାର୍ଯ୍ୟକର୍ତ୍ତା ଓ ସଭ୍ୟ ମାନଙ୍କୁ ସେ ଧନ୍ୟବାଦ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍. ପି ଚନ୍ଦ୍ରଶେଖର ସାହୁ, ବିଧାୟିକା ଲତିକା ପ୍ରଧାନ, ସୂର୍ଯ୍ୟମଣି ବୈଦ୍ୟ, ବିଧାୟକ ରମେଶ ଚନ୍ଦ୍ର ଜେନା, ବିକ୍ରମ ପଣ୍ଡା, ଶ୍ରୀକାନ୍ତ ସାହୁ, ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ସୁବାସ ବେହେରା, ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ସୋନମ୍ ପଲେଇ, ପୂର୍ବତନ ବିଧାୟକ ଡ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ , ପୂର୍ବତନ ବ୍ରହ୍ମପୁର ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା, ସୋନମ୍ ପଲେଇ, ଯୋଗେନ୍ଦ୍ର ସ୍ୱାଇଁ, କେଶବ ରାଓ , ଏମ୍. ନିରଞ୍ଜନ ରେଡ୍ଡୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଅତିଥି ମାନଙ୍କୁ ମହୋତ୍ସବ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଡ଼ିଓ ହଳଧର ଶବର ,ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ , ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ଏନ୍ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା, ପୂର୍ବତନ ଏନ୍ ଏ ସି ଅଧ୍ୟକ୍ଷ ଭି. ରବିନାରାୟଣ ରାଜୁ, ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷ ପ୍ରଦୀପ୍ତ ପଟ୍ଟନାୟକ,ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି, ଖେମୁଣ୍ଡୀ ଓକିଲ ସଂଘ ସଭାପତି ରସାନନ୍ଦ ରାଉତ, ସମ୍ପାଦକ ହରପ୍ରସାଦ ରଥ, ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ହରି କୃଷ୍ଣ ପଣ୍ଡା, ବ୍ଲକ୍ ସରପଞ୍ଚ ସଂଘ ସଭାପତି ହରିବନ୍ଧୁ ରେଡ୍ଡୀଙ୍କ ସମେତ ଉପସ୍ଥିତ ଥିଲେ।

















