Wednesday, November 18, 2026
ADVERTISEMENT
Home ଆଞ୍ଚଳିକ ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ସାଧାରଣତନ୍ତ୍ର ଦିବସ ପାଳିତ

ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ସାଧାରଣତନ୍ତ୍ର ଦିବସ ପାଳିତ

402
ADVERTISEMENT

ବ୍ରହ୍ମପୁର,୨୬/୧(ହିମାଂଶୁ ପାଢୀ):ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ରବିବାର ଗଞ୍ଜାମ ଜ଼ିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ ବୋଲି ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ। ଏହି ଅବସରରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜ଼ିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରlୟ ପ୍ରମୁଖ ଉପସ୍ଥିତ ଥିଲେ।

Advertisement