Saturday, November 7, 2026
ADVERTISEMENT
Home ମୁଖ୍ୟ ଖବର ବଲାଙ୍ଗୀରର ସଂଜୀବ କୁମାର ପାଣିଗ୍ରାହୀ ହାଇକୋର୍ଟର ନୂଆ ବିଚାରପତି

ବଲାଙ୍ଗୀରର ସଂଜୀବ କୁମାର ପାଣିଗ୍ରାହୀ ହାଇକୋର୍ଟର ନୂଆ ବିଚାରପତି

378
ADVERTISEMENT

ବଲାଙ୍ଗୀରର, ୮ା୨,( ସୁନୀଲ ତ୍ରିପାଠୀ) : ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ୨୦୧୯, ଅକ୍ଟୋବର ୩ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ପାଣିଗ୍ରାହୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବାବେଳେ ଆଜି ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେ ଖୁବ୍‌ଶୀଘ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।

ଏଠାରେ ସୂଚନା ଯୋଗ୍ୟ ଯେ, ସୁପ୍ରିମକୋର୍ଟର ତତ୍କାଳୀନ ପ୍ରଧାନ ବିଚାରପତି ଜଷ୍ଟିସ ର˚ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ.ବୋବ୍‌ଡେ ଓ ଜଷ୍ଟିସ ଏନ୍‌.ଭି.ରମନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ବିଚାରପତି ପଦ ପାଇଁ ୨୦୧୯, ଅକ୍ଟୋବର ୩ରେ ସୁପାରିସ କରିଥିଲେ। ଏଥିସହିତ ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟଙ୍କ ନାଁ ମଧ୍ୟ ସୁପ୍ରିମକୋର୍ଟ କଲେଜିୟମ ଅକ୍ଟୋବର ୩ରେ ସୁପାରିସ କରିଥିଲେ। ୨୦୧୯, ମେ ୭ରେ ଆଇନଜୀବୀ ସଂଜୀବ କୁମାର ପାଣିଗ୍ରାହୀଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ଅକ୍ଟୋବର ୩ରେ ସୁପ୍ରିମକୋର୍ଟ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ଗ୍ରହଣ କରି ନିଯୁକ୍ତି ପାଇଁ ସୁପାରିସ କରିଥିଲେ।
ବଲାଙ୍ଗୀର ସଦରବ୍ଲକ ବାରପୁଡୁଗିଆ ଗ୍ରାମର ନିମାଇଁଚରଣ ପାଣିଗ୍ରାହୀ ଓ ମନ୍ଦାକିନୀ ପାଣିଗ୍ରାହୀଙ୍କ ପୁତ୍ର ହେଉଛନ୍ତି ସଂଜୀବ କୁମାର ପାଣିଗ୍ରାହୀ। ତାଙ୍କର ପ୍ରାଥମିକ ପାଠପଢା ଗାଁ ସ୍କୁଲରେ ହୋଇଥିଲା। ପରେ ସେ ଖୁଣ୍ଟପାଲି ସରକାରୀ ବିଦ୍ୟାଳୟରେ ପଢିଥିଲେ। ରାଜେନ୍ଦ୍ର କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ଏହାପରେ ସମ୍ବଲପୁର ଏଲ୍‌ଆର୍‌ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଏବଂ ବାଙ୍ଗାଲୋରସ୍ଥିତ ଜାତୀୟ ଆଇନ ବିଦ୍ୟାଳୟରୁ ସେ ଏଲ୍‌ଏଲ୍‌ଏମ୍ ପାଠ୍ୟକ୍ରମ ଶେଷ କରିଥିଲେ।

Advertisement