Friday, October 16, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

358
ADVERTISEMENT

ଭୁବନେଶ୍ୱର, ୩୦/୬(ନରେନ୍ଦ୍ର ଜେନା): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ଉତ୍ତର ଓଡ଼ିଶା, ମଲକାନଗିରି, କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବାନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଜି ରିପୋର୍ଟ ପ୍ରକାଶ ପାଇଛି।

ଏହାସହ ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ ଓ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କୋରାପୁଟ, ମଲାକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି-ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

ସେହିପରି ୧ରୁ ୨ତାରିଖ ମଧ୍ୟରେ ସମ୍ବଲପୁର, ଦେଓଗଡ଼, ସୋନପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଢ଼େଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାସହ ବାଲେଶ୍ୱର, ଭଦ୍ରକ,ଯାଜପୁର, ଜଗତସିଂହପୁର,କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisement