କଟକ, ୧୮/୨(ଡିଏଚ); ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ବୁଧବାରଠାରୁ ଆରମ୍ଭ ହେବ ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ।
ଚଳିତବର୍ଷ ମୋଟ୍ ୨୮୮୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ହଜାର ୯୦୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏ ନେଇ ବୋର୍ଡ କର୍ତ୍ତୃପକ୍ଷ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି ବୋଲି ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।