ପାତ୍ରପୁର,୧୯/୦୨/୨୦(ଋଷିକେଶ ବେହେରା):ପାତ୍ରପୁର ବ୍ଳକ ଅନ୍ତର୍ଗତ ଆମୁଣ୍ଡି ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରଦୀପ କୁମାର ପ୍ରଧାନ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଧାନ ଶିକ୍ଷକ ରମାଚରଣ ରଣା ବାର୍ଷିକ ବିବରଣୀ ପାଠ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶିକ୍ଷକ ସୁର୍ଯ୍ୟନାରାୟଣ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ମହାରଣା, ତ୍ରୀଲୋଚନ ବିଷୋୟୀ, ନରସିଂହ ବେହେରା ପ୍ରମୁଖ ସହଯୋଗ କରିଥିଲାବେଳେ ବହୁ ଛାତ୍ର ଛାତ୍ରୀ ଓ ଅଭିଭାବକ ଉପସ୍ଥିତ ରହିଥିଲେ।

















