କେନ୍ଦୁଝର, ୧/୭(ଡ଼ି ଏଚ ବି) : କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଂଚଳରେ ୬ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ଏଭଳି ଅଭାବନୀୟ ଘଟଣା ଘଟିଥିବାବେଳେ, ଗୁରୁତର ଅବସ୍ଥାରେ ନାବାଳିକକୁ ପ୍ରଥମେ ଆନନ୍ଦପୁର ଓ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାରେ ପୋଲିସ ଅଭିଯୁକ୍ତ ନାବାଳକକୁ ଅଟକ ରଖି ପଚରାଉଚୁରା କରୁଛି।