ବ୍ରହ୍ମପୁର,୨୪/୨(ସୁଦାମ ମହାରଣା) : ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୫୭ଟିଅଭିଯୋଗ ଆସିଥିବା ବେଳେ ବ୍ୟକ୍ତିଗତ ଭାବେ ୧୨୬ଟି,ସାମୁହିକ ଭାବେ୧୦ଟିଓ ୯୭ଟି ଅଭିଯୋଗର ତ୍ବରିତ ପଦକ୍ଷେପ ଗ୍ରହଣ କରିଥିଲେ।ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ୨୧ଜଣଙ୍କୁ ଏକଲକ୍ଷ ୯୦ହଜାର ଟଙ୍କା ପ୍ରଦାନ କରାଯାଇଥିଲା ।ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ବ୍ରହ୍ମପୁର ଉପଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ,ଆରକ୍ଷୀ ଅଧିକ୍ଷକ ପିନାକ ମିଶ୍ର, ନୋଡାଲ ଅଧିକାରୀ ବିନୋଦ କୁମାର ବେହେରା, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଉପଖଣ୍ଡ ର ସମସ୍ତ ତହସିଲଦାର, ବିଡିଓ ଓ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

















