Saturday, November 7, 2026
ADVERTISEMENT
Home ମୁଖ୍ୟ ଖବର କରୋନା ମୁକାବିଲା ନେଇ ବିଭିନ୍ନ ସରକାରୀ ଡାକ୍ତରଖାନାରେ ନିୟୋଜିତ ଥିବା ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ...

କରୋନା ମୁକାବିଲା ନେଇ ବିଭିନ୍ନ ସରକାରୀ ଡାକ୍ତରଖାନାରେ ନିୟୋଜିତ ଥିବା ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଲାଗି ସେମାନଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ଘୋଷଣା କରିଛନ୍ତି : ମୁଖ୍ୟମନ୍ତ୍ରୀ

360
ADVERTISEMENT

ଭୁବନେଶ୍ୱର ୨୫/୦୩ (ଡ଼ିଏଚ) : କରୋନା ମୁକାବିଲା ନେଇ ବୁଧବାର ଭିଡିଓ ଜାରି କରି ପୁଣି ଏକ ବଡ଼ ଘେ‌ାଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲା ନେଇ ବିଭିନ୍ନ ସରକାରୀ ଡାକ୍ତରଖାନାରେ ନିୟୋଜିତ ଥିବା ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଲାଗି ସେମାନଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ଘୋଷଣା କରିଛନ୍ତି ରାଜ୍ୟସରକାର ।

ସେମାନଙ୍କୁ ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଦରମା ଏପ୍ରିଲ ମାସ ଦରମାରେ ଏକା ସାଙ୍ଗରେ ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନେ ସ୍ୱାଗତ କରିଛନ୍ତି । ଏଥିସହ ପ୍ରତିକୂଳ ପରିସ୍ଥିତିରେ ରୋଗୀଙ୍କୁ ସେବା ଯୋଗାଉଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟ ପକ୍ଷରେ ସେ କହିଛନ୍ତି ଯେ ଯେଉଁମାନେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ କାର୍ୟ୍ୟରେ ଅଯଥାରେ ଦଖଲ ଦେବେ ଓ ସେମାନଙ୍କୁ ଦୁର୍ବବ୍ୟବହାର କରିବେ, ସେମାନଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ଏକ ଭିଡିଓ ବାର୍ତ୍ତା ଜାରିକରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Advertisement