ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

293
ADVERTISEMENT

ବାରାଣସୀ,୬/୭ (ଡି.ଏଚ.ବି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି । ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀ ବାରାଣସୀରେ ଏକ ଚାରା ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି।

Advertisement