Friday, November 6, 2026
ADVERTISEMENT
Home ଆଞ୍ଚଳିକ ପୌର ପ୍ରଶାସନ ପକ୍ଷରୁ ଜୋରିମାନା ଆଦାୟ

ପୌର ପ୍ରଶାସନ ପକ୍ଷରୁ ଜୋରିମାନା ଆଦାୟ

234
ADVERTISEMENT

ହିଞ୍ଜିଳିକାଟୁ ,୨୭ା୪(ଶେଷଦେବ ସାହୁ): ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏହାର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ପ୍ରଶାସନିକ ଅଧିକାରୀ ମାନେ ବିଭିନ୍ନ ଉପାୟରେ ଜନ ସଚେତନତା ଜାରି ରଖିଛନ୍ତି । ଅସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରାଯାଇଛି । ଅତ୍ୟାବଶ୍ୟକ ନହେଲେ ଘରୁ ବାହାରକୁ ବାହାରିବାକୁ ବାରଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ପୌର ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୌରାଂଚଳବାସୀଙ୍କୁ ହାତ ପାହାନ୍ତାରେ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରିବା ସକାଶେ ହୋମ୍ ଡେ଼ଲିଭରି ସମେତ ଗ୍ରୀନ୍ ହୁଇଲ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଅତ୍ୟାବଶ୍ୟକ ହେଲେ ଘରୁ ବାହାରକୁ ବାହାରିବା ସମୟରେ ମୁହଁରେ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ପୌରାଂଚଳର ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସମ୍ମୁଖରେ ମାସ୍କ ଓ ସାମାଜିକ ଦୂରତା ନାହିଁ ତ ସାମଗ୍ରୀ ନାହିଁର ବୋଡର଼୍ ଟଙ୍ଗାଯାଇଛି । ହେଲେ କିଛି ଅମାନିଆ ଯୁବକ ଏହାକୁ ମାନିବାକୁ ନାରାଜ । ଏଭଳି ଅମାନିଆଙ୍କୁ ସାବାଡ଼ କରିବା ପାଇଁ ପୌର ପ୍ରଶାସନ ରବିବାର କଡ଼ା ପଦକ୍ଷେପ ଗ୍ରହଣ କରିଛି । ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁଙ୍କ ନେତୃତ୍ୱରେ ପୌର କର୍ମଚାରୀ ପୌରାଂଚଳର ବିଭିନ୍ନ ସ୍ଥାନ ବୁଲିବା ସହ ପୌରାଂଚଳର ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସାମାଜିକ ଦୁରତ୍ୱ ରକ୍ଷା କରୁନଥିବାରୁ ୭ଟି ବ୍ୟବସାୟିକ ଅନୁଷ୍ଠାନରୁ ୭ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଏପରିକି ସର୍ବସାଧାରଣ ସ୍ଥାନରେ ଜଣେ ଯୁବକ ଛେପ ପକାଇବାରୁ ସଂପୃକ୍ତ ବ୍ୟକ୍ତିଙ୍କ ଠାରୁ ୨ଶହ ଟଙ୍କା ଜୋରିମାନା ଆଦାୟ କରାଯିବା ସହ ଭବିଷ୍ୟତରେ ଏପରି କାର୍ଯ୍ୟରୁ ନିବୃତ ରହିବାକୁ ପରାମର୍ଶ ଦିଆଯାଇଛି । ଲକଡ଼ାଉନ ସମୟରେ ଖିଲାପକାରୀଙ୍କ ଠାରୁ ଏଭଳି ଜୋରିମାନା ଆଦାୟ କରାଯିବ ବୋଲି ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ସାହୁ କହିଛନ୍ତି ।

Advertisement