Thursday, November 5, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମରେ କରୋନା ସ୍ଥିତି ଅଣାୟତ: ଦୁଇ ଆଇଏଏସଙ୍କୁ ଦାୟିତ୍ୱ

ଗଞ୍ଜାମରେ କରୋନା ସ୍ଥିତି ଅଣାୟତ: ଦୁଇ ଆଇଏଏସଙ୍କୁ ଦାୟିତ୍ୱ

346
ADVERTISEMENT


ବ୍ରହ୍ମପୁର,୪/୭ (ଡ଼ି.ଏଚ ) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଏବେ ଦୁଇ ଦିନ ହେବ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଦିନକୁ ଦିନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦୬୬ରେ ପହଞ୍ଚିଛି। ତେଣୁ ଗଞ୍ଜାମ ଜିଲ୍ଲାରେ କରୋନା ମୁକାବିଲା କରିବା ପାଇଁ ୨ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ସ୍ପେଶାଲ ଏଡ଼ିଏମଙ୍କୁ ସେଠାରେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଦୁଇ ଆଇଏଏସ ହେଉଛନ୍ତି ପାରୁଲ ପଟୱାରୀ ଓ ବିଶାଲ ସିଂହଙ୍କୁ ଦାୟିତ୍ୱ ଦିଆଯାଇଛି । ପାରୁଲ ପଟୱାରୀଙ୍କୁ ଛତ୍ରପୁର ଉପଖଣ୍ଡ ଓ ବିଶାଲ ସିଂହଙ୍କୁ ଭଞ୍ଜନଗର ଉପଖଣ୍ଡ ଦାୟିତ୍ୱ ଦିଆଯାଇଛି ।

Advertisement