ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୨ଦିନ ଯାଏଁ ହୋଇପାରେ ପ୍ରବଳ ବର୍ଷା

255
ADVERTISEMENT

ଭୁବନେଶ୍ୱର , ୨୮/୭ ଏଜେନସି : ଆଗାମୀ ୭୨ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହାର ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୨ରୁ ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅର୍ଥାତ ଅଗଷ୍ଟ ୧ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି । ତେଣୁ ୨ଦିନ ଯାଏ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ରାଜ୍ୟର କଳାହାଣ୍ଡି, କନ୍ଧମାଳ,କୋରାପୁଟ, ମାଲକାନଗିରିରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ତେବେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ, ଗଜପତି, ଭଦ୍ରକ, ଖୋର୍ଦ୍ଧା ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି।

Advertisement