ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

372
ADVERTISEMENT

ଭୁବନେଶ୍ୱର,୨୧-୦୭(ପିଆଇବି) : ଖ୍ୟାତିସମ୍ପନ୍ନ ଓଲିଉଡ଼ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ପିଢି ପରେ ପିଢି ତାଙ୍କ ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ ।

ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି । ଏହି କଷ୍ଟକର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ୟ୍ୟ ଓ ସାହାସ ପ୍ରଦାନ କରନ୍ତୁ ।

Advertisement