ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ • ବର୍ତ୍ତମାନ ସୁଦ୍ଧା ୧.୫ କୋଟିରୁ ଊର୍ଦ୍ଧ୍ଵ ନମୁନା ପରୀକ୍ଷା

178
ADVERTISEMENT

ନୂଆଦିଲ୍ଲୀ,୨୫-୦୭{ପିଆଇବି}: ଏପର୍ୟ୍ୟନ୍ତ ୧,୫୪,୨୮,୧୭୦ କୋଭିଡ-୧୯ ନମୁନା ପରୀକ୍ଷା କରାଯାଇଛି । କେବଳ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ୩,୫୨,୮୦୧ ନମୁନା ପରୀକ୍ଷା କରାଯାଇଛି ।

ସେହି ଅନୁସାରେ ଦେଶରେ ଏବେ ୧୦ ଲକ୍ଷ ଜନସଂଖ୍ୟାରେ ୧୧୧୭୯.୮୩ ନମୁନା ପରୀକ୍ଷା କରାଯାଉଛି, ଯାହା ପରୀକ୍ଷାଗାରର ବ୍ୟାପକ ବୃଦ୍ଧି ଯୋଗୁଁ ସମ୍ଭବ ହୋଇପାରିଛି ।

ବର୍ତ୍ତମାନ ସୁଦ୍ଧା ୧୨୯୦ଟି ପରୀକ୍ଷାଗାରରେ ଏହି ପରୀକ୍ଷଣ କରାଯାଉଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସମନ୍ଵୟ ଯୋଗୁଁ ବିଭିନ୍ନ ପଦ୍ଧତିରେ ଏହି ପରୀକ୍ଷଣ ହେଉଛି । ଆଇସିଏମଆର ଦ୍ଵାରା ସ୍ଵୀକୃତ ଆରଟି-ପିସିଆର ପରୀକ୍ଷାଗାର ଅତ୍ୟାଧୁନିକ ନମୁନା ପରୀକ୍ଷଣରେ ମୁଖ୍ୟ ଆୟୁଦ୍ଧ ହୋଇଥିବା ବେଳେ ଦେଶରେ ବର୍ତ୍ତମାନ ସରକାରୀ କ୍ଷେତ୍ରରେ ୮୯୭ ଓ ଘରୋଇ କ୍ଷେତ୍ରରେ ୩୯୩ଟି ପରୀକ୍ଷାଗାର କାର୍ୟ୍ୟ କରୁଛି ।

କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA ।

ଏ ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ [email protected] ଏବଂ [email protected] ଏବଂ @CovidIndiaSeva କୁ ପଠାଇ ପାରିବେ ।

କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ ।

Advertisement