ADVERTISEMENT
Home ଆଞ୍ଚଳିକ ଗାନ୍ଧୀଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ଜନ ସଚେତନତା କାର୍ଯ୍ୟକ୍ରମ

ଗାନ୍ଧୀଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ଜନ ସଚେତନତା କାର୍ଯ୍ୟକ୍ରମ

180
ADVERTISEMENT

ଗଜପତି,୨/୧୦(ପ୍ରଭାତ ପାତ୍ର) : ପ୍ରତି ବର୍ଷ ଭଳି ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ଠାରୁ ଜୟପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ କରାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଗଜପତି ଜିଲ୍ଲାରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ପ୍ରମୁଖଙ୍କ ନେତୃତ୍ୱରେ ବିଭିନ୍ନ ଜନ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ଠାରେ ଓଡିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି, ଏତତ୍ ବ୍ୟତୀତ ସ୍ବଚ୍ଛତା ଓ କରୋନା ସଂକ୍ରାନ୍ତରେ ଜାରି ହୋଇଥିବା ବିଭିନ୍ନ ପ୍ରତିଷେଧକ ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଯଥା ମାସ୍କ ଓ ସାନିଟାଇଜର ବ୍ୟବହାର, ସାମାଜିକ ଦୂରତା ରକ୍ଷା କରିବା, ସହ ପରିବେଶ ସୁରକ୍ଷା ଉପରେ ଜିଲ୍ଲା ବିଜେଡି ପକ୍ଷରୁ ଏକ ଜନ ସଚେତନତା ଶୋଭାଯାତ୍ରା ରାଜପ୍ରାସାଦ ସମ୍ମୁଖରୁ ବାହାରି ସହର ପରିକ୍ରମା କରିଛି। ଏହି ଅବସରରେ ଦଳ ପକ୍ଷରୁ ସାଧାରଣ ଲୋକଙ୍କୁ ମାସ୍କ ଆଦି ପ୍ରଦାନ କରାଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟକ କର୍ମୀ ଓ ନେତୃବୃନ୍ଦ ଅଂଶଗ୍ରହଣ କରିଥିଲେ।

Advertisement