ଭୁବନେଶ୍ୱର,୧୫/୧୧ (ଡ଼ି.ଏଚ,ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଓ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୪୩୪ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ୬୫୯କୁ ବୃଦ୍ଧି ପାଇଛି। ୨ ଲକ୍ଷ ୯୬ ହଜାର ୫୧୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ହଜାର ୫୬୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

















