Friday, November 6, 2026
ADVERTISEMENT
Home ଆଞ୍ଚଳିକ ଜିଲ୍ଲାପାଳ : ଜିଲ୍ଲାରେ ଯେମିତି ଜଣେ ବି ଶିଶୁ ଶ୍ରମିକ ରହିବେ ନାହିଁ

ଜିଲ୍ଲାପାଳ : ଜିଲ୍ଲାରେ ଯେମିତି ଜଣେ ବି ଶିଶୁ ଶ୍ରମିକ ରହିବେ ନାହିଁ

236
ADVERTISEMENT

ଛତ୍ରପୁର,୧୬/୧୧(ଡ଼ି.ଏଚ,ବ୍ୟୁରୋ) : ଏଣିକି ପ୍ରତି ବ୍ଲକରେ ହେଉଥିବା ସମସ୍ତ ଲାଇନ ବିଭାଗର ଉନ୍ନୟନ କାର୍ଯ୍ୟଗୁଡିକର ଭିତ୍ତି ସଂରଚନା ଉନ୍ନୟନ କମିଟି ଗଠନ କରାଯାଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ପରିଚାଳିତ ହେବ । ବ୍ଲକସ୍ତରରେ ଦେଖାଯାଉଥିବା ସମସ୍ୟାଗୁଡିକ ବିଡିଓଙ୍କ ସ୍ତରରେ ସମାଧାନ ହେବ । ବ୍ଲକ ସ୍ତରରେ ଯଦି ସମସ୍ୟାର ସମାଧାନ ହୋଇ ପାରୁନାହିଁ ତେବେ ଜିଲ୍ଲାସ୍ତରରେ ସେଗୁଡିକ ସମାଧାନ କରାଯିବ ବୋଲି ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଅନୁଷ୍ଠିତ ଭିଡିଓ କନଫରେନ୍ସିଂରେ ଜଣାଇଛନ୍ତି । ବୈଠକରେ କୋଭିଡ-୧୯ ପରିଚାଳନା, ସ୍ୱଚ୍ଛ ଭାରତ ମିଶନର ଦ୍ୱିତୀୟ ଭାଗ କାର୍ଯ୍ୟ, ମୋ ୱାର୍ଡ , ଅଙ୍ଗନବାଡି କେନ୍ଦ୍ର, ଓଡିଶା ଆଦର୍ଶ ବିଦ୍ୟାଳୟ ଓ ବିଦ୍ୟାଲୟଗୁଡିକର ସଫେଇ କାର୍ଯ୍ୟ , ଅଙ୍ଗନବାଡି ଶିଶୁମାନଙ୍କୁ ପୋଷାକ ବଣ୍ଟନ ଇତ୍ୟାଦି ସଂପର୍କରେ ଆଲୋଚନା ହୋଇଯାଇଛି ।ଜିଲ୍ଲାରେ ଯେମିତି ଜଣେ ମଧ୍ୟ ଶିଶୁ ଶ୍ରମିକ ରହିବେ ନାହିଁ ତାହା ନିଶ୍ଚିତ କରାନ୍ତୁ । କାମ ହେଉଥିବା ସ୍ଥାନରେ ଶ୍ରମିକମାନଙ୍କ ଅଧାର କାର୍ଡ ଯାଞ୍ଚ କରି ୧୪ବର୍ଷରୁ କମ୍ ପିଲା ଯେମିତି କାମ କରିବେ ନାହିଁ ତାହା ତଦାରଖ କରନ୍ତୁ । କାମବେଳେ କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହା ଶ୍ରମ ବିଭାଗର ଅଧିକାରୀମାନେ ଯାଞ୍ଚ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟାଳୟ , ଅଙ୍ଗନବାଡି କେନ୍ଦ୍ର, ଓଡିଶା ଆଦର୍ଶ ବିଦ୍ୟାଳୟଗୁଡିକର ସଫେଇ କାର୍ଯ୍ୟକୁ ତ୍ୱରାନ୍ୱିତ କରାନ୍ତୁ । ବ୍ଲକ ସ୍ତରରେ ବିଡିଓ ଏବଂ ସହରାଞ୍ଚଳରେ କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ତ ବିଦ୍ୟାଳୟ ପରିଦର୍ଶନ କରି ସ୍ଥିତି ଯାଞ୍ଚ କରନ୍ତୁ । ସମସ୍ତ ବ୍ଲକରେ ଅଭିଯୋଗ ପ୍ରକୋଷ୍ଠମାନ ଖୋଲି ରାସନ କାର୍ଡ, ଭତ୍ତା ଓ ଗ୍ରାମୀଣ ଗୃହ ଯୋଜନାର ଅଭିଯୋଗଗୁଡିକ ଶୁଣାଣି କରନ୍ତୁ ।

Advertisement