ଭୁବନେଶ୍ୱର,୧୮/୧୧(ଡ଼ି.ଏଚ,ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୫୦୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୬୬ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଆଜି ଖୋର୍ଦ୍ଧାରୁ ୧୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତା ପଛରେ ରହିଛି ସୁନ୍ଦରଗଡ଼। ୩ ନମ୍ବରରେ ରହିଛି କଟକ। ଖୋର୍ଦ୍ଧାରୁ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୮୨ ଓ କଟକର ୬୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୯୨୦ ଥିବାବେଳେ ଆକ୍ଟିଭ କେସ୍ ୮୮୧୮ ରହିଛି। ୩,୦୦, ୪୭୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧,୭୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

















