ଭୁବନେଶ୍ୱର,୨୦/୧୧(ଡ଼ି.ଏଚ,ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୦୮ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

















