Monday, November 9, 2026
ADVERTISEMENT
Home ରାଜ୍ୟ ପୁରୀ ହାଜତ ମୃତ୍ୟୁ ମାମଲାରେ ପ୍ରଶାସନ ଠାରୁ ରିପୋର୍ଟ ତଲବ କଲେ ହାଇକୋର୍ଟ

ପୁରୀ ହାଜତ ମୃତ୍ୟୁ ମାମଲାରେ ପ୍ରଶାସନ ଠାରୁ ରିପୋର୍ଟ ତଲବ କଲେ ହାଇକୋର୍ଟ

168
ADVERTISEMENT

ଭୁବନେଶ୍ୱର,୨୦/୧୧(ଡ଼ି.ଏଚ,ବ୍ୟୁରୋ) : ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ସରକାରଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି। ସୋମବାର ସୁଦ୍ଧା ଏ ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦାଖଲ କରିବା ପାଇଁ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପୀଡ଼ିତ ପରିବାରକୁ କ୍ଷତିପୂରଣ ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ଏଥି ସହିତ ହାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ତଦାରଖ ହାଇକୋର୍ଟ କରନ୍ତୁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଗତକାଲି ପୁରୀ ବାସେଳିସାହି ଥାନାରେ ହାଜତ ମୃତ୍ୟୁ ଅଭିଯୋଗ ହୋଇଥିଲା। କେ.ରମେଶ ନାମକ ଯୁବକଙ୍କୁ ଥାନା ଭିତରେ ପିଟିପିଟି ମାରି ଦିଆଯାଇଥିବା ମୃତକଙ୍କ ପରିବାର ଲୋକେ ଗୁରୁତର ଅଭିଯୋଗ ଆଣିଛନ୍ତି। ରମେଶଙ୍କ ଦେହସାରା ମାଡ଼ ଦାଗ ରହିଥିବାବେଳେ ନୋଳା ଫାଟି ରକ୍ତ ଜମାଟ ବାନ୍ଧିଥିବା ଦେଖିବାକୁ ମିଳିଥିଲା । ମାଡ଼ରେ ଦେହସାରା ସିଝି କଳା ପଡ଼ିଯାଇଥିଲା।

Advertisement