ଭୁବନେଶ୍ୱର,୨୧/୧୧,(ଡ଼ି.ଏଚ,ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୭୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୩୨ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଅନଗୁଳରୁ । ଏଠାରେ ୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୬୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୮ ଓ କଟକରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୩୨୩ ଥିବାବେଳେ ଆକ୍ଟିଭ କେସ୍ ୭୭୪୮ ରହିଛି। ୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୭ କରୋନା ରୋଗୀ

















