Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ,୧୫ ଜଣଙ୍କର ମୃତ୍ୟୁ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ,୧୫ ଜଣଙ୍କର ମୃତ୍ୟୁ

202
ADVERTISEMENT

ଭୁବନେଶ୍ବର,୨୨/୧୧,(ଡ଼ି.ଏଚ,ବ୍ୟୁରୋ) :ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପୁଣି ୬୩୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୯୬୧ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୪ ହଜାର ୯୦୮ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୩୬୦ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୫ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୨୩ ଜଣ, ବୈଦ୍ଧରୁ ୪ ଜଣ, କଟକରୁ ୩୯ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍‌ସିଂହପୁରରୁ ୫୦ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୩୩ ଜଣ, କେନ୍ଦୁଝରରୁ ୩୧ ଜଣ, ଖୋର୍ଦ୍ଧାରୁ ୭୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୬୫ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ାରୁ ୫ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisement