Thursday, November 5, 2026
ADVERTISEMENT
Home ଆଞ୍ଚଳିକ ୩୬ ଘଣ୍ଟାରେ ଡିପ୍ରେସନରେ ପରିଣତ ହୋଇପାରେ ଲଘୁଚାପ

୩୬ ଘଣ୍ଟାରେ ଡିପ୍ରେସନରେ ପରିଣତ ହୋଇପାରେ ଲଘୁଚାପ

202
ADVERTISEMENT

ଭୁବନେଶ୍ବର,୨୨/୧୧,(ଡ଼ି.ଏଚ,ବ୍ୟୁରୋ) : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।ଏହି ସିଷ୍ଟମ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ୨୫ ତାରିଖ ବେଳକୁ ଏହା ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisement