୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୮ କରୋନା ରୋଗୀ ଚିହ୍ନଟ ଓ ୧୭ ଜଣଙ୍କର ମୃତ୍ୟୁ

151
ADVERTISEMENT

ଭୁବନେଶ୍ବର,୨୩/୧୧,(ଡ଼ି.ଏଚ,ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧ ୪ ହଜାର ୬୨୯ ଜଣ ଅଟନ୍ତି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୫ ହଜାର ୮୧୩ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୧୦୬ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୮ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୪, ଗଞ୍ଜାମରୁ ୧୨ ଜଣ, ଜଗତ୍‌ସିଂହପୁରରୁ ୨୫ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେନ୍ଦୁଝରରୁ ୩୮ ଜଣ, ଖୋର୍ଦ୍ଧାରୁ ୫୬ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୫୦ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୬୮ ଜଣ, ପୁରୀରୁ ୨୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisement