ପୁରୀ,୧୨/୧୨(ଡ଼ି.ଏଚ/ବ୍ୟୁରୋ) :ଶ୍ରୀମନ୍ଦିର ଖୋଲିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି। ଛତିଶା ନିଯୋଗ ବୈଠକ ପରେ ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଶ୍ରୀମନ୍ଦିର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ୨ ଦିନ ଭିତରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ସରକାରଙ୍କ ଅନୁମତି ମିଳିଲା ପରେ ଶ୍ରୀମନ୍ଦିର ଖୋଲାଯିବ। ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ଖୋଲିବା ପରେ ପ୍ରଥମେ ୪/୫ ଦିନ ପୁରୀ ଲୋକଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ଭିଡ଼ ଦୃଷ୍ଟିରୁ ଜାନୁଆରୀ ୧ ଏବଂ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖ ଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ। ୩ ତାରିଖ ଠାରୁ ପୁରୀ ସହ ବାହାର ଲୋକ ଦର୍ଶନ କରିପାରିବେ। ଦର୍ଶନ ବ୍ୟବସ୍ଥା ପାଇଁ ଏକ ଏସ୍ଓପି ଜାରି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


















