ରାଜଧାନୀରେ ଡବଲ ଏନ୍‌କାଉଣ୍ଟର : ଦୁଇ ଦୁର୍ଦ୍ଦାନ୍ତ ଅପରାଧି ଆହତ

344
ADVERTISEMENT

ଭୁବନେଶ୍ୱର,୦୩/୦୮ ଏଜେନସି : ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ଅପରାଧିକ ଘଟଣା ବଢିବାରେ ଲାଗିଛି । ଯାହା ରାଜଧାନୀବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ରାଜଧାନୀରେ ଘଟିଛି ଡବଲ ଏନ୍‌କାଉଣ୍ଟର। ଏହି ଏନ୍‌କାଉଣ୍ଟରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି। ଆହତ ଅପରାଧିମାନେ ହେଲେ ବିବେକା ଓ ଅରୁଣ । ସେମାନଙ୍କ ନାମରେ ବିଭିନ୍ନ ଥାନାରେ ଡକାୟତି ଓ ଲୁଟ୍‌ରେ ସମ୍ପୃକ୍ତ ଥିବା ଅଭିଯୋଗ ରହିଛି । ଉଲ୍ଲେଖଯୋଗ୍ୟ ଯେ, ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ଚୋରି, ଡକାୟତି ସହ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି । ଏହାକୁ ନେଇ ରାଜଧାନୀବାସୀଙ୍କ ମନରେ ଅସନ୍ତୋଷ ବୃଦ୍ଧି ପାଉଛି । ଦୁଇଦିନ ତଳେ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଥିଲା ରସୁଲଗଡ଼ରେ। ଘରକୁ ଫେରୁଥିବା ବେଳେ ରସୁଲଗଡ଼ରେ ଜଣେ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରି ଫେରାର ହୋଇଥିଲେ । ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳର ଲୋକେ ଉତ୍ତ୍ୟକ୍ତ ହୋଇ ରସୁଲଗଡ଼ ଛକରେ ଜାତୀୟ ରାଜପଥ ଅବରୋଧ କରି ପ୍ରତିବାଦ ଜଣାଇଥିଲେ । ଯାହା ପୁଲିସ ପାଇଁ ଚିନ୍ତାର କାରଣ ପାଲଟିଥିଲା ।

Advertisement