ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଆଜି ୯୬ତମ ଜନ୍ମଜୟନ୍ତୀ

164
ADVERTISEMENT

ନୂଆଦିଲ୍ଲୀ ,୨୫/୧୨(ଡ଼ି.ଏଚ/ବ୍ୟୁରୋ) :ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ୯୬ତମ ଜନ୍ମଜୟନ୍ତୀ। ୧୯୨୪ ମସିହା ଡିସେମ୍ବର ୨୫ ତାରିଖ ଗ୍ଵାଲିୟରର ଏକ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ଅଟଳ ବିହାରୀ ବାଜପେୟୀ । ବାଜପେୟୀ ପିତା କୃଷ୍ଣବିହାରୀ ବାଜପେୟୀ ଥିଲେ ଉତ୍ତର ପ୍ରଦେଶର ଆଗ୍ରା ଜିଲାର ପ୍ରାଚୀନ ବଟେଶ୍ୱରର ମୂଳନିବାସୀ । ବାଜପେୟୀଙ୍କ ମାତାଙ୍କ ନାମ ଥିଲା କୃଷ୍ଣା ବାଜପେୟୀ । ବାଜପେୟୀ ସ୍ନାତକ ଡିଗ୍ରୀ ଗ୍ୱାଲିୟରର ଭିକ୍ଟୋରିଆ କଲେଜ (ବର୍ତ୍ତମାନର ଲକ୍ଷ୍ମୀବାଇ କଲେଜ) ପ୍ରାପ୍ତ କରିଥିଲେ । ଏମଏ ପରେ ପରେ କାନପୁରରେ ଏଲଏଲବି ପଢିଥିଲେ । ଛାତ୍ର ଜୀବନରୁ ସେ ରାଷ୍ଟ୍ରୀୟ ସ୍ୱୟଂ ସେବକ (ଆରଏସଏସ) ସହ ଜଡିତ ହୋଇଥିଲେ ।

୧୯୫୫ରେ ଭାରତୀୟ ଜନସଂଘର ପ୍ରତିଷ୍ଠାତାଙ୍କ ମଧ୍ୟରେ ବାଜପେୟୀ ଥିଲେ ଅନ୍ୟତମ । ୧୯୬୮ରୁ ୧୯୭୩ ପର୍ୟ୍ୟନ୍ତ ବାଜପେୟୀ ଜନସଂଘର ଅଧ୍ୟକ୍ଷ ରହିଥିଲେ । ଶ୍ୟାମା ପ୍ରସାଦ ମୁଖାର୍ଜୀ ଓ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପରାମର୍ଶରେ ରାଜନୀତିର ପାଠ ପଢିଥିଲେ । ସବୁଠାରୁ ଗୁରୁତ୍ବପୂର୍ଣ୍ଣ ହେଉଛି ୧୯୫୭ ରୁ ୨୦୦୯ ପର୍ୟ୍ୟନ୍ତ ସେ ନ’ ଥର ଲୋକସଭାକୁ ନିର୍ବାଚିତ ହୋଇ ଥିବାବେଳେ ରାଜ୍ୟସଭାକୁ ୧୯୬୨ ଓ ୧୯୮୬ ରେ ଦୁଇଥର ନିର୍ବାଚିତ ହୋଇଥିଲେ । ସଂସଦରେ ୫୦ ବର୍ଷରୁ ଅଧିକ ସମୟ ଧରି ସଦସ୍ୟ ଥିଲେ ବାଜପେୟୀ । ସେ ୧୯୯୬ ରେ ୧୩ ଦିନ, ୧୯୯୮ ରୁ ୧୯୯୯ ମଧ୍ୟରେ ୧୩ ମାସ ଏବଂ ୧୯୯୯ ରୁ ୨୦୦୪ ପୁରା ୫ ବର୍ଷ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

Advertisement