ଭୁବନେଶ୍ବର,୦୧/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୪୩୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୫୦୫ ଜଣ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୯, ବୌଦ୍ଧରୁ ଜଣେ, କଟକରୁ ୧୫, ଦେବଗଡ଼ରୁ ଓ ଢେଙ୍କାନାଳରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୩, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୯ , ମୟୂରଭଞ୍ଜରୁ ୧୭ ଜଣ, ନୟାଗଡ଼ରୁ ୨, ନୂଆପଡ଼ାରୁ ୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୩୫, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲରୁ ୫ଜଣ ଅଛନ୍ତି। ଏପଟେ କରୋନାରେ ପୁଣି ୩ ଜଣଙ୍କର ମୃତ୍ୟୁ ଘଟିଛି।


















